ନୂଆଦିଲ୍ଲୀ, ଆଚିଭର୍ସ ନ୍ୟୁଜ୍, ୨୯/୦୬ (ବ୍ୟୁରୋ)- କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ପାଇଁ ଆଶ୍ୱସ୍ତିର ଖବର। ଓଡ଼ିଶାରେ ପହଞ୍ଚିଲା କରୋନା ଔଷଧ ରେମଡେସିଭିର୍। ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର।
ଉକ୍ତ ଔଷଧ ହସ୍ପିଟାଲରେ ଗୁରୁତର ରୋଗୀଙ୍କ କ୍ଷେତ୍ରରେ ବ୍ୟବହାର ହେବ।
ସୂଚନାଥାଉ କି, ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଆଜି ସୁଦ୍ଧା ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨,୦୮୬ଜଣ ଚିକିତ୍ସାଧୀନ ଥିବାବେଳେ ୪,୭୪୩ଜଣ ସୁସ୍ଥ ହୋଇଛନ୍ତି। ୨୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
ଏପରି ସ୍ଥିତିରେ କରୋନା ଔଷଧ Remdesivir ରୋଗୀ ଓ ଡାକ୍ତରଙ୍କ ପାଇଁ ଆଶ୍ୱସ୍ତି ଆଣି ଦେଇଛି। ହାଇଦ୍ରାବାଦସ୍ଥିତ ଔଷଧ ନିର୍ମାଣକାରୀ କମ୍ପାନୀ ହେଟେରୋକୁ କୋଭିଡ୍-୧୯ ପାଇଁ ପ୍ରସ୍ତୁତ କରାଯାଇଥିବା ଔଷଧ ରେମଡେସିଭିର ଉତ୍ପାଦନ ଓ ବିକ୍ରି ପାଇଁ ଅନୁମିତ ମିଳିଥିଲା ଉକ୍ତ କମ୍ପାନୀ । ଏହା ପରେ ହେଟେରୋ ଏହାର ନାମ କୋଭିଫର୍ ରଖି ଉତ୍ପାଦନ ଆରମ୍ଭ କରିଥିଲା।