କରୋନା ଯୋଦ୍ଧାଙ୍କ ସୁରକ୍ଷା ଲାଗି ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

0
107

ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ଲୋକଙ୍କ ପାଇଁ ପ୍ରକୃତ ହିରୋ
ମୃତ୍ୟୁହାର କମିବା, ଆରୋଗ୍ୟ ବୃଦ୍ଧି ପାଇଁ ପ୍ରଶଂସା
ଘରକୁ ଘର ବୁଲି ସ୍ୱାସ୍ଥ୍ୟ ପର୍ଯ୍ୟବେକ୍ଷଣ ଉପରେ ଗୁରୁତ୍ୱ
ଭୁବନେଶ୍ୱର, ଆଚିଭର୍ସ ନ୍ୟୁଜ୍‌, ୧୧/୦୬ (ବ୍ୟୁରୋ)- ଗତ କିଛି ସପ୍ତାହ ମଧ୍ୟରେ ସ୍ୱାସ୍ଥ୍ୟ ସେବାରେ ନିୟୋଜିତ କରୋନା ଯୋଦ୍ଧାଙ୍କ ମଧ୍ୟରୁ କେତେକ ଭୂତାଣୁ ଦ୍ୱାରା ସଂକ୍ରମିତ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଚିନ୍ତା ପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା ଲଢ଼େଇରେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ହିଁ ଲୋକଙ୍କ ପ୍ରକୃତ ଶକ୍ତି । ସେମାନଙ୍କ ଟିମ୍‌ର ନିରାପତ୍ତା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ସ୍ୱାସ୍ଥ୍ୟକର୍ମୀ ସଂକ୍ରମଣ ରୋକିବା ପାଇଁ ଥିବା ବ୍ୟକ୍ତିଗତ ସୁରକ୍ଷା ଉପକରଣ ପାଇବାରେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here