ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ଗୁରୁବାର ପର୍ଯ୍ୟନ୍ତ l

0
26

ଭୁବନେଶ୍ୱର: ଆଚିଭର୍ସ ନ୍ୟୁଜ୍‌, ୨୮/୦୭ (ବ୍ୟୁରୋ):-  ସଂପ୍ରତି ରାଜ୍ୟ ଉପରେ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ଜନିତ ବର୍ଷାର ପ୍ରଭାବ ନଥିଲେ ମଧ୍ୟ ଆସନ୍ତା ଗୁରୁବାର ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏବଂ ଆଣ୍ଡାମାନ ସାଗରର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ବର୍ତ୍ତମାନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ଅବସ୍ଥିତ ରହିଛି ଏବଂ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତୃତ ହୋଇଛି। ଏଥିସହ ବିହାରରୁ ଉତ୍ତର ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ଉତ୍ତର-ଦକ୍ଷିଣ ଟ୍ରଫ୍‌ ଲାଇନ୍‌ ସକ୍ରିୟ ରହିବା ସହ ବର୍ତ୍ତମାନ ସମୁଦ୍ର ପତ୍ତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାର ହୋଇ ରହିଛି।

LEAVE A REPLY

Please enter your comment!
Please enter your name here