ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି

0
149
corona
cbgft

ଭୁବନେଶ୍ବର: ରାଜ୍ୟରେ କାୟାର ବିସ୍ତାର କରିବାରେ ଲାଗିଛି ମହମାରୀ କୋରୋନା । ଆଜି ପୁଣି ୨୩ ଜଣ କୋରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ବାଲେଶ୍ବର ଜିଲ୍ଲାରୁ ସର୍ବାଧିକ ୧୫ଜଣ, ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ଏବଂ ପୁରୀ ଓ ବୌଦ୍ଧରୁ ଜଣେ ଲେଖାଏଁ ଆକ୍ରାନ୍ତ ଥିବା ଜଣାଯାଇଛି।

ଯାହାଦ୍ୱରା ଗଞ୍ଜାମ ଜିଲ୍ଲାରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ଏହା ସହ ଯାଜପୁରରେ ୬୪, ବାଲେଶ୍ବର ୫୭ରେ ,   ପୁରୀ ୪, କଟକ ୩ ଏବଂ ବୌଦ୍ଧ  ଜିଲ୍ଲା ୫ରେ ପହଞ୍ଚିଛି।

LEAVE A REPLY

Please enter your comment!
Please enter your name here