୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

0
85
lighting
lighting

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ପାଖାପାଖି ୧୪ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ଦୃଷ୍ଟିରେ ରଖି  ଭାରତୀୟ ପାଣିପାଗ ବିଭାଗ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ଆସନ୍ତାକାଲି ମଧ୍ୟାହ୍ନ ପର୍ଯ୍ୟନ୍ତ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ସୋନପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଅନୁଗୁଳ ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବ। ତେବେ, ବିଶେଷ ଭାବେ ଏହି ସମୟ ମଧ୍ୟରେ ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଦମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ପ୍ରମୁଖ ୧୦ଟି ଜିଲ୍ଲାର ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here