୩ ଦିନ ଯାଏଁ କାଳବୈଶାଖୀ

0
147
dfds
aeb

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ କାଳବୈଶାଖୀ ସମ୍ଭାବନା । ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଆଜିଠାରୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାପମାତ୍ରା ସେତେ ବଢ଼ିବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି। ୭ ତାରିଖ ଉପର ବେଳାଠାରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ‌ଅନେକ ସ୍ଥାନରେ ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ବଲପୁର ଆଦି ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା ରହିଛି। ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ରାଜ୍ୟରେ କିଛି ଦିନ ହେବ ତାପମାତ୍ରା କିମିଥିବାବେଳେ  ପୁଣି ତାପମାତ୍ରାରେ ବୃଦ୍ଧି ଦେଖାଯାଇଛି ।

LEAVE A REPLY

Please enter your comment!
Please enter your name here