ଭୁବନେଶ୍ବର: ରାଜ୍ୟରେ ଦେଖାଦେଇପାରେ କରୋନା ଟିକାର ଅଭାବ। ମହଜୁଦ ଅଛି ୬ ଲକ୍ଷ ଡୋଜ୍ କୋଭିସିଲ୍ଡ ଟିକା । ଗଚ୍ଛିତ ଟିକା ୨ ଦିନ ଯିବା ନେଇ ଆଶଙ୍କା ପ୍ରକାଶ। ଅଧିକ ଟିକା ଯୋଗାଇବା ପାଇଁ କେନ୍ଦ୍ରକୁ ଚିଠି ଲେଖିଲା ରାଜ୍ୟ। ରାଜ୍ୟରେ ୧ କୋଟି ୧୬ ଲକ୍ଷ ଲୋକଙ୍କ ଟିକାକରଣ ନେଇ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି । ୩୩ ଲକ୍ଷ ୪ ହଜାର ୭୩୨ ଜଣଙ୍କୁ ଟିକା ଦିଆଯାଇଥିବା ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ତେବେ ରାଜ୍ୟରେ କରୋନା ବଢ଼ି ଚାଲିଥିବା ବେଳେ ଟିକାକରଣକୁ ଗୁରୁତ୍ୱ ଦେଉଛନ୍ତି ସରକାର । ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶା ଟିକାକରଣରେ ରେକର୍ଡ କରୁଛି । ତେଣୁ ଅଧିକ ଟିକା ଯୋଗାଇ ଦେବାକୁ କେନ୍ଦ୍ରକୁ ଜଣାଇଛନ୍ତି ରାଜ୍ୟ ସରକାର। ତେବେ ଆଜି ରାଜ୍ୟରେ କରୋନା ସଂକ୍ରମଣ ୫ ଶହ ଟପିଛି । ଗତ ୨୪ ଘଣ୍ଟା ଭିତରେ ୫୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୩୩୭ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୩୬ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ଘଣ୍ଟା ଭିତରେ ୩୦୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। କରୋନାରୁ କବଳରୁ ରକ୍ଷା ପାଇବାକୁ ସାରା ଦେଶରେ ଟିକାକରଣକୁ ଫୋକସ ଦିଆଯାଉଥିବା ବେଳେ ରାଜ୍ୟରେ ଟିକାର ଅଭାବତାକୁ ନେଇ ଆଶଙ୍କା ଦେଖାଦେଇଛି ।
Latest article
୪ ଦିନ ବନ୍ଦ ରହିବ ଏସ୍ବିଆଇର ଭୁବନେଶ୍ବର ମୁଖ୍ୟ ଶାଖା
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରର ୟୁନିଟ-୧ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କର(ଏସ୍ବିଆଇ) ମୁଖ୍ୟ ଶାଖା ଆହୁରି ୪ ଦିନ ବନ୍ଦ ରହିବ। ମୁଖ୍ୟ କାର୍ଯ୍ୟାଳୟରେ ଆହୁରି ଅଧିକ ସଂଖ୍ୟକ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ବିଏମସି...
ସନ୍ତାକାଲି ସନ୍ଧ୍ୟା ୬ଟାରୁ ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ମଧ୍ୟପ୍ରଦେଶର ସମସ୍ତ ସହରାଞ୍ଚଳରେ ଲକ୍ଡାଉନ୍ ଜାରି ହେବ
ନୂଆଦିଲ୍ଲୀ: କରୋନାଭାଇରସ୍ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବା କାରଣରୁ ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ମଧ୍ୟପ୍ରଦେଶର ସମସ୍ତ ସହରାଞ୍ଚଳରେ ଲକ୍ଡାଉନ୍ ଜାରି ହେବ। ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ...
ନାଇଟ କର୍ଫ୍ୟୁ, ଲକଡାଉନ ଓ ସଟଡାଉନ କଥା ଏବେ ଚିନ୍ତା କରୁନୁ
ଭୁବନେଶ୍ଵର: ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୮୭୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରେ ସର୍ବାଧିକ ୧୪୪ ସଂକ୍ରମିତ ଥିବା ଜଣାଯାଇଛି। ଏନେଇ ବିଏମସି କମିସନର ପ୍ରେମଚନ୍ଦ ଚୌଧୁରୀ କହିଛନ୍ତି,...