ଅପରାହ୍ଣ ୩ଟା ଯାଏଁ ଗୃହ ମୁଲତବୀ ରାଜ୍ୟପାଳଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ଶୋକ ପ୍ରସ୍ତାବ ଆଗତ

0
46

ଭୁବନେଶ୍ୱର: ରାଜ୍ୟପାଳଙ୍କ ପତ୍ନୀ  ସୁଶୀଳା ଦେବୀଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହେବା ପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅପରାହ୍ଣ ୩ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟୋଗରେ ଗୃହରେ ପ୍ରଥମେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତା’ପରେ ଏହାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ। ଏହାପରେ ବିଧାନସଭାରେ ରାଜ୍ୟପାଳଙ୍କ ପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ଦୁଇ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା।

ସୂଚନାଯୋଗ୍ୟ, ଗତ ରାତିରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍‌ ଗଣେଶୀ ଲାଲ୍‌ଙ୍କ ପତ୍ନୀ ତଥା ରାଜ୍ୟର ‘ପ୍ରଥମ ମହିଳା’ ସୁଶୀଳା ଦେବୀଙ୍କର ଦେହାନ୍ତ ହୋଇଥିଲା। କରୋନାଭାଇରସ୍‌ଦ୍ୱାରା ଆକ୍ରାନ୍ତ ହୋଇ ସେ ଗତ ନଭେମ୍ବର ୧ ତାରିଖରୁ ଡାକ୍ତରଖାନାରେ ଚିକିତ୍ସାଧୀନ ଥିଲେ।

ସୁଶୀଳା ଦେବୀଙ୍କର ଜନ୍ମ ୧୯୪୬ ମସିହା ଡିସେମ୍ବର ୬ ତାରିଖରେ ହରିଆଣାର ହିସାରଠାରେ ହୋଇଥିଲା। ସେ ୧୯୬୪ ମସିହା ଜୁଲାଇ ୧ ତାରିଖରେ ପ୍ରଫେସର୍‌ ଗଣେଶୀ ଲାଲ୍‌ଙ୍କୁ ବିବାହ କରିଥିଲେ। ତାଙ୍କର ଚାରି ଝିଅ ଓ ତିନିଜଣ ପୁଅ ଅଛନ୍ତି।

LEAVE A REPLY

Please enter your comment!
Please enter your name here