ଆଜି ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

0
505
lighting
lighting

ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଘଡ଼ଘଡ଼ି ସହ ବର୍ଷା ହେବ ଓ ଘଣ୍ଟାପ୍ରତି 30 ରୁ 40 କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଅନୁଯାୟୀ, ଆସନ୍ତାକାଲି ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନ ସମେତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢ଼େଙ୍କାନାଳ, ଦେବଗଡ଼, ନୟାଗଡ଼, ଗଞ୍ଜାମ, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରେ ପବନ ସହ ବର୍ଷାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୫ ତାରିଖ ଯାଏଁ ଏଭଳି ପାଗ ଲାଗି ରହିବ। ତେବେ ଉପକୂଳବର୍ତ୍ତୀ ଜିଲ୍ଲାରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ।

ଅପରପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶା, ଆନ୍ଧ୍ର ପ୍ରଭୃତି ରାଜ୍ୟରେ ବାତ୍ୟା ଆଶଙ୍କା ନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

LEAVE A REPLY

Please enter your comment!
Please enter your name here