ଆଜି ରାଜ୍ୟରେ ୩୦ଟି ଜିଲ୍ଲାରୁ ୩୮୬୧ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ମୋଟ୍ ୧ ଲକ୍ଷ ୨୭ ହଜାର ୮୯୨କୁ ବୃଦ୍ଧି l

0
125

ଭୁବନେଶ୍ବର: ଆଚିଭର୍ସ ନ୍ୟୁଜ୍ ୦୭/୦୯(ବ୍ୟୁରୋ)- ଆଜି ରାଜ୍ୟରେ ୩୮୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୨୭୮ ଓ ସ୍ଥାନୀୟ ଅଞ୍ଚଳରୁ ୧୫୮୩ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୭ ହଜାର ୮୯୨କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୬୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳ କଟକ ଜିଲ୍ଲାରୁ ୩୮୬ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here