ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ

0
501
ff
cc

ଭୁବନେଶ୍ୱର: ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟାରେ କହିଛନ୍ତି, କରୋନା ସଂକ୍ରମଣ ଲାଗି ମୂଲ୍ୟାୟନ କେନ୍ଦ୍ରରେ ସାମାଜିକ ଦୂରତା ଅବଲମ୍ବନ କରାଯିବ। ସାମାଜିକ ଦୂରତ୍ୱ ପାଇଁ ମୂଲ୍ୟାୟନ କେନ୍ଦ୍ର ସଂଖ୍ୟା ମଧ୍ୟ ବଢ଼ାଯିବ। ଏଥିସହ ଖାତା ମୂଲ୍ୟାୟନକାରୀଙ୍କ ସଂଖ୍ୟା ମଧ୍ୟ ଅଧିକ କରାଯିବ। ଓ୍ବେଟିଂ ଲିଷ୍ଟରେ ଥିବା ପରୀକ୍ଷକଙ୍କୁ ଖାତା ଦେଖା ଲାଗି ଡକାଯିବ। ଖାତାଦେଖା ଆରମ୍ଭର ୪୫ ଦିନ ଭିତରେ ରେଜଲ୍ଟ ବାହାରିବ ବୋଲି ସେ କହିଛନ୍ତି। କରୋନାକୁ ନେଇ ଜାରି ରହିଥିବା ଲକ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ମାଟ୍ରିକ ଖାତା ମୂଲ୍ୟାୟନକୁ ସ୍ଥଗିତ ରଖାଯାଇଥିଲା ।

LEAVE A REPLY

Please enter your comment!
Please enter your name here