ଆସନ୍ତାକାଲିଠୁ ପୁଣି ବର୍ଷା !

0
550
rda
fcd

ଭୁବନେଶ୍ଵର : ଆସନ୍ତାକାଲିଠୁ ରାଜ୍ୟରେ ପୁଣି ଆରମ୍ଭ ହେବ ଅଦିନିଆ ବର୍ଷା। ଆସନ୍ତାକାଲି ଠୁ ୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାସହ ଘଡ଼ଘଡ଼ି ମଧ୍ୟ ମାରିପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା-ମୟୂରଭଞ୍ଜ, ରାୟଗଡ଼ା, ବାଲେଶ୍ୱର, ଭଦ୍ରକ ଓ ଗଜପତି। ତେବେ ଅନ୍ୟ ଜିଲ୍ଲା ଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଗଜପତି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here