ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ: ୧୦ରୁ ପ୍ରବଳ ବର୍ଷା

0
416

ଆଚିଭର୍ସ ନ୍ୟୁଜ୍‌, ୦୯/୦୬ (ବ୍ୟୁରୋ)- ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବ । ଲଘୁଚାପ ସକ୍ରିୟ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମରେ ଗତି କରିବ । ପରବର୍ତ୍ତୀ ୨୪ଘଣ୍ଟାରେ ଏହା ଘନୀଭୂତ ହୋଇ ୱେଲ ମାର୍କଡ଼ ଲୋ ପ୍ରେସରରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଲଘୁଚାପ ଫଳରେ ୧୦ରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଲଘୁଚାପ ସକ୍ରିୟ ହେବା ସହିତ ଓଡ଼ିଶାକୁ ମୌସୁମି ଆଣିବାରେ ସହାୟକ ହେବ ବୋଲି ଅନୁମାନ କରାଯାଉଛି ।

LEAVE A REPLY

Please enter your comment!
Please enter your name here