କରୋନା ଆକ୍ରାନ୍ତ ହେଲେ ପୂର୍ବତନ ରାଷ୍ଟ୍ରପତି

0
35

ନୂଆଦିଲ୍ଲୀ, ଆଚିଭର୍ସ ନ୍ୟୁଜ୍ ୧୦/୦୮ (ବ୍ୟୁରୋ)-  ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନାଭାଇରସ୍ ପାଇଁ ପଜିଟିଭ୍ ପରୀକ୍ଷା କରିଛନ୍ତି। ଆଜି ତାଙ୍କର ସ୍ବାବ ନମୁନା ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ପ୍ରଣବ ମୁଖାର୍ଜୀ ଟ୍ୱିଟ କରି ଘୋଷଣା କରିଛନ୍ତି। ସେ କହିଛନ୍ତି, ଅନ୍ୟ କାମ ପାଇଁ ଡାକ୍ତରଖାନା ଗସ୍ତରେ ଆସିଥିବା ବେଳେ ଆଜି ମୋର କୋଭିଡ-୧୯ ରିିପୋର୍ଟ ପଜିଟିଭ୍ ଆସିଛି। ଗତ ସପ୍ତାହରେ ମୋ ସହ ଯୋଗାଯୋଗ କରିଥିବା ଲୋକଙ୍କୁ ମୁଁ ଅନୁରୋଧ କରୁଛି, ଦୟାକରି ନିଜକୁ ସଙ୍ଗରୋଧ କରି ନିଜର କ‌ରୋନା ପରୀକ୍ଷା କରାନ୍ତୁ।

ଗୃହମନ୍ତ୍ରୀ ଅମିତ ଶାହାଙ୍କ ପରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନାଭାଇରସ୍ ପାଇଁ ପଜିଟିଭ୍ ପରୀକ୍ଷା କରିବା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ଅଗଷ୍ଟ ୨ରେ ଗୃହମନ୍ତ୍ରୀ ଅମିତ ଶାହା କରୋନା ପାଇଁ ପଜିଟିଭ୍ ପରୀକ୍ଷା କରିଥିଲେ। ଏ ସଂପର୍କରେ ସେ ନିଜେ ଟ୍ଵିଟ କରି ସୂଚନା ଦେଇଥିଲେ । ଟ୍ଵିଟରରେ ସେ ଲେଖିଥିଲେ ଯେ, କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ ପରୀକ୍ଷା କରିଥିଲେ । ପରୀକ୍ଷାରୁ ସେ କରୋନା ପଜିଟିଭ ଥିବା ଜଣାପଡ଼ିଛି । ତେବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଠିକ ଅଛି, କିନ୍ତୁ ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ଗତ କିଛି ଦିନ ଧରି ତାଙ୍କ ସଂପର୍କରେ ଆସିଥିବା ଲୋକମାନେ ସଙ୍ଗରୋଧରେ ରହିବା ସହ ଟେଷ୍ଟ କରିବାକୁ ସେ ଅନୁରୋଧ କରିଥିଲେ ।

LEAVE A REPLY

Please enter your comment!
Please enter your name here