ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

0
562
hgfg
rtfb

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ନୂଆ କରୋନା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର। ସେ ଜଣେ ୧୮ ବର୍ଷ ବୟସ୍କ ଯୁବକ ହୋଇଥିବା ବେଳେ ନିକଟରେ ସୁରଟରୁ ଫେରିଥିଲେ। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟରୁ ସୂଚନା ମିଳିଛି। ତେବେ ଏହାକୁ ମିଶାଇ ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି।
ରାଜ୍ୟରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ସେଥିମଧ୍ୟରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅବଶିଷ୍ଟ ୧୧୫ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

LEAVE A REPLY

Please enter your comment!
Please enter your name here