ଦେଶରେ ୨୪ ଘଣ୍ଟାରେ ୪୩,୮୯୩ ନୂଆ ଆକ୍ରାନ୍ତ ୫୦୮ ମୃତ

0
60

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନିୟମିତଭାବେ କମିଚାଲିଛି । ଗତ ୨୪ ଘଣ୍ଟାରେ ଦେଶରେ ୪୩,୮୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୫୦୮ ଜଣ ମୃତ୍ୟୁବରଣ କରିଛନ୍ତି । ଏହା ଫଳରେ ଦେଶର ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୦ ଲକ୍ଷ ନିକଟବର୍ତ୍ତୀ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୭୯,୯୦,୩୨୨ରେ ପହଞ୍ଚିଛି । ଏହା ମଧ୍ୟରୁ ୬୧୦୮୦୩ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୨୦,୦୧୦ କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୭୨୫୯୫୦୯ ରେ ପହଞ୍ଚିଛି ।

LEAVE A REPLY

Please enter your comment!
Please enter your name here