ଭୁବନେଶ୍ବର: ରାଜ୍ୟରେ ବନ୍ଦ ହେବନି ସରକାରୀ ସ୍କୁଲ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।ସେ କହିଛନ୍ତି, କୋଭିଡ୍ ପାଇଁ ରାଜ୍ୟରେ ଏବେ ନବମ ଏବଂ ଏକାଦଶ ଶ୍ରେଣୀର କ୍ଲାସ ବନ୍ଦ ହେବ ନାହିଁ । ଏବେ ରାଜ୍ୟର କେବଳ କିଛି ବେସରକାରୀ ଶିକ୍ଷାନୁଷ୍ଠାନରୁ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସରକାରୀ ଶିକ୍ଷାନୁଷ୍ଠାନରେ କିନ୍ତୁ ଏସଓପିକୁ ପାଳନ କରାଯାଇ କ୍ଲାସ ହେଉଛି । ସରକାରୀ ଶିକ୍ଷାନୁଷ୍ଠାନରୁ ଏଯାବତ କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ତେଣୁ ସରକାରୀ ସ୍କୁଲକୁ ବନ୍ଦ କରିବାକୁ ଏଯାଏଁ କୌଣସି ନିଷ୍ପତ୍ତି ହୋଇନି ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।ରାଜ୍ୟର କିଛି ଶିକ୍ଷାନୁଷ୍ଠାନରୁ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାପରେ ଶିକ୍ଷାନୁଷ୍ଠାନକୁ ବନ୍ଦ କରିବାକୁ ସରକାରୀ ଯୋଜନା ପ୍ରସ୍ତୁତ କରୁଥିବା ଚର୍ଚ୍ଚା ହେଉଥିଲା। ହେଲେ ଗଣଶିକ୍ଷା ମନ୍ତ୍ରୀ କିନ୍ତୁ ସେଭଳି କୌଣସି ନିଷ୍ପତ୍ତି ନିଆଯାଇନଥିବା କହିଛନ୍ତି । ଏଥିସହିତ ଛାତ୍ରଛାତ୍ରୀମାନେ ସେମାନଙ୍କ ପରୀକ୍ଷା ପାଇଁ ପ୍ରସ୍ତୁତ ରହିବା ସହିତ ଚାପମୁକ୍ତ ହୋଇ ପରୀକ୍ଷା ଦିଅନ୍ତୁ ବୋଲି ଗଣଶିକ୍ଷାମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
Latest article
୪ ଦିନ ବନ୍ଦ ରହିବ ଏସ୍ବିଆଇର ଭୁବନେଶ୍ବର ମୁଖ୍ୟ ଶାଖା
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରର ୟୁନିଟ-୧ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କର(ଏସ୍ବିଆଇ) ମୁଖ୍ୟ ଶାଖା ଆହୁରି ୪ ଦିନ ବନ୍ଦ ରହିବ। ମୁଖ୍ୟ କାର୍ଯ୍ୟାଳୟରେ ଆହୁରି ଅଧିକ ସଂଖ୍ୟକ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ବିଏମସି...
ସନ୍ତାକାଲି ସନ୍ଧ୍ୟା ୬ଟାରୁ ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ମଧ୍ୟପ୍ରଦେଶର ସମସ୍ତ ସହରାଞ୍ଚଳରେ ଲକ୍ଡାଉନ୍ ଜାରି ହେବ
ନୂଆଦିଲ୍ଲୀ: କରୋନାଭାଇରସ୍ ସଂକ୍ରମଣ ମାମଲା ବୃଦ୍ଧି ପାଉଥିବା କାରଣରୁ ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ମଧ୍ୟପ୍ରଦେଶର ସମସ୍ତ ସହରାଞ୍ଚଳରେ ଲକ୍ଡାଉନ୍ ଜାରି ହେବ। ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ...
ନାଇଟ କର୍ଫ୍ୟୁ, ଲକଡାଉନ ଓ ସଟଡାଉନ କଥା ଏବେ ଚିନ୍ତା କରୁନୁ
ଭୁବନେଶ୍ଵର: ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୮୭୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରେ ସର୍ବାଧିକ ୧୪୪ ସଂକ୍ରମିତ ଥିବା ଜଣାଯାଇଛି। ଏନେଇ ବିଏମସି କମିସନର ପ୍ରେମଚନ୍ଦ ଚୌଧୁରୀ କହିଛନ୍ତି,...