ମନ୍ଦିର ପ୍ରଶାସନକୁ ଚିଠି ଜାରି କଲେ ସରକାର,ରାଜ୍ୟରେ ମନ୍ଦିର ଖୋଲିବା ନେଇ ମିଳିଲା ସଂକେତ

0
64

ଭୁବନେଶ୍ବର: ମହାମାରୀ  କରୋନା ଭାଇରସ୍‌ ପାଇଁ ମାସ ମାସ ଧରି ରାଜ୍ୟର ମନ୍ଦିରଗୁଡ଼ିକ ବନ୍ଦ ରହିଥିବା ବେଳେ ମନ୍ଦିର ଖୋଲିବା ନେଇ ସଂକେତ ଦେଇଛନ୍ତି ରାଜ୍ୟ ସରକାର। କିପରି କୋଭିଡ ନିୟମ ମାନି ମନ୍ଦିର ଖୋଲା ଯାଇପାରିବ ପୁରୀ ଶ୍ରୀମନ୍ଦିର ପ୍ରଶାସନ ଓ ଦେବୋତ୍ତର ବିଭାଗ ଅଧୀନରେ ଥିବା ଅନ୍ୟ ମନ୍ଦିରକୁ ରାଜ୍ୟ ସରକାର ସେ ବିଷୟରେ ଜଣାଇବାକୁ ଚିଠିରେ କହିଛନ୍ତି। ମନ୍ଦିର ପ୍ରଶାସନକୁ ସରକାରଙ୍କ ପକ୍ଷରୁ ଚିଠି ଜାରି‌ ହୋଇଥିବା ମୁଖ୍ୟ ଶାସନ ସଚିବ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି। ହିତାଧିକାରୀଙ୍କ ସହ କଥା ହୋଇ ଆସନ୍ତା ୧୦ ଦିନ ମଧ୍ୟରେ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ କିପରି କୋଭିଡ ନିୟମ ମାନି ମନ୍ଦିର ଖୋଲା ଯାଇପାରିବ ରିପୋର୍ଟ ଦାଖଲ କରିବ‌ାକୁ କୁହାଯାଇଛି।

LEAVE A REPLY

Please enter your comment!
Please enter your name here