କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ଆଜି ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କଳାହାଣ୍ଡିରେ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଥିଲେ। ଆଜି ୫୪ଟି ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିଥିବା ବେଳେ, ୫୨ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ।ଏହି ଅବସରରେ ଜୟପାଟଣା ବ୍ଲକ୍ର ମଙ୍ଗଳପୁର ଠାରେ ଆୟୋଜିତ ସଭାରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ, ବିଜୁ ବାବୁଙ୍କର କଳାହାଣ୍ଡି ସହିତ ସଂପର୍କର ସ୍ମୃତିଚାରଣ କରିଥିଲେ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ବାବୁ ୯୦ ଦଶକରେ ମୁଖ୍ୟମନ୍ତ୍ରୀ ଥିବାବେଳେ ତାଙ୍କ ଭବାନୀପାଟଣା ଗସ୍ତ ସମୟରେ କିଛି ପିଲା ତାଙ୍କ ଉପରକୁ ପଥର ମାଡ଼ କରିଥିଲେ। ବିଜୁ ବାବୁ ତାଙ୍କ ବିଶାଳ ହୃଦୟରେ ସେହି ପିଲାମାନଙ୍କୁ କ୍ଷମା କରିଥିଲେ। ପରେ ତାଙ୍କ ପୁଅ ଭାବରେ ମୁଁ ଯେତେବେଳେ ଏ ବିଷୟରେ ତାଙ୍କୁ ପଚାରିଥିଲି, ବିଜୁ ବାବୁ କହିଥିଲେ ‘ଚିନ୍ତାର କିଛି କାରଣ ନାହିଁ’। କଳାହାଣ୍ଡିବାସୀ ମୋତେ ବହୁତ ଭଲ ପାଆନ୍ତି । ମୁଁ ମଧ୍ୟ କଳାହାଣ୍ଡିକୁ ବହୁତ ଭଲ ପାଏ। କଳାହାଣ୍ଡି ମାଟିରେ ମୋର ଯେତିରି ବିନ୍ଦୁ ରକ୍ତ ପଡ଼ିଛି, କଳାହାଣ୍ଡିର ବିକାଶ ପାଇଁ ମୁଁ ତାର ୧୦ ଗୁଣ ଅଧିକ ପରିଶ୍ରମ କରିବି ।’୨୦୦୦ ମସିହାରେ ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ବ ଗ୍ରହଣ କରିବା ସମୟର ସ୍ମୃତି ଚାରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶା ମା’ର ସେବା ପାଇଁ ମୁଁ ଯେତେବେଳେ ସୁଯୋଗ ପାଇଲି, ସେତେବେଳେ ବିଜୁ ବାବୁଙ୍କର ଏହି କଥା ମୋ ମନକୁ ବାରମ୍ବାର ଆସୁଥିଲା ଏବଂ କଳାହାଣ୍ଡିର ବିକାଶ ପାଇଁ ମୋତେ ମାର୍ଗ ଦେଖାଉଥିଲା। ଏ ଭିତରେ କଳାହାଣ୍ଡିର ଛବି ଉଜ୍ଜଳ ହୋଇଛି। ନୂଆ ଓଡ଼ିଶା ପାଇଁ ବାଟ ଦେଖାଇଛି।କୃଷି କ୍ଷେତ୍ରରେ କଳାହାଣ୍ଡିର ବିକାଶର ଉଚ୍ଚ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଭୋକର ଭୂଗୋଳ କୁହାଯାଉଥିବା କଳାହାଣ୍ଡି ଏବେ ଭାତହାଣ୍ଡି ହୋଇଛି। କଳାହାଣ୍ଡି ଧାନ ଉତ୍ପାଦନରେ ରାଜ୍ୟରେ ଦ୍ବିତୀୟ ସ୍ଥାନ ଅଧିକାର କରିଥିବା ବେଳେ, ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ମଧ୍ୟ ଚାଉଳ ଯୋଗାଉଛି। ୧୦ଟି ରାଜ୍ୟ କେନ୍ଦ୍ରୀୟ ଭଣ୍ଡାରକୁ ଯେତିକି ଚାଉଳ ଯୋଗାଉଛନ୍ତି, କଳାହାଣ୍ଡି ଏକାକୀ ସେତିକି ଚାଉଳ ଯୋଗାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।କଳାହାଣ୍ଡିର ଚାଷୀ ତଥା ସମସ୍ତ ଜନସାଧାରଣଙ୍କ ଦୃଢ ଇଚ୍ଛା ଶକ୍ତି ଗଭୀର ଆତ୍ମ ବିଶ୍ୱାସ ଓ କଠିନ ପରିଶ୍ରମ ଯୋଗୁଁ ଏ ସବୁ ସମ୍ଭବ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ସଂଗ୍ରହ ଋତୁରେ କଳାହାଣ୍ଡିର ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୧୨୦୦ କୋଟି ଟଙ୍କା ଦିଆଯାଇଛି ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଥିଲେ। ଜଳସେଚନ ସୁବିଧା ୩ ଗୁଣ ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ଓ ପୁଷ୍ଟି କ୍ଷେତ୍ରରେ ଭଲ କାମ ପାଇଁ କଳାହାଣ୍ଡି ସାରା ଦେଶରେ ସବୁଠାରୁ ଭଲ ପ୍ରଦର୍ଶନ କରିଛି। ମାଛ ଚାଷ କ୍ଷେତ୍ରରେ ମଧ୍ୟ ଦେଶରେ ଶ୍ରେଷ୍ଠ ଜିଲ୍ଲାର ମର୍ଯ୍ୟାଦା ଲାଭ କରିଛି।
Latest article
ପିପିଲି ଉପନିର୍ବାଚନ ପାଇଁ : ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ଦଳ
ପିପିଲି ଉପନିର୍ବାଚନ ପାଇଁ ଆରମ୍ଭ ହେଲା ବିଜେଡିର ସଜବାଜ । ଦଳୀୟ ମୁଖପାତ୍ର ତଥା ଆଳି ବିଧାୟକ ପ୍ରତାପ ଦେବଙ୍କୁ ପିପିଲି ଉପନିର୍ବାଚନ ଲାଗି ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛି ଦଳ । ପିପିଲି...
୩୧ଟି ଦେଶକୁ ଦକ୍ଷିଣ ଆଫ୍ରିକାର ନୂଆ କୋରୋନାଭାଇରସ୍ ‘ଷ୍ଟ୍ରେନ୍’ ବ୍ୟାପିଛି
ବିଶ୍ୱର ୭୦ଟି ଦେଶକୁ ଇଂଲଣ୍ଡ୍ର ଏବଂ ୩୧ଟି ଦେଶକୁ ଦକ୍ଷିଣ ଆଫ୍ରିକାର ନୂଆ କୋରୋନାଭାଇରସ୍ ‘ଷ୍ଟ୍ରେନ୍’ ବ୍ୟାପିଥିବାର କଥା ବୁଧବାର ଦିନ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ କହିଛି।ମହାମାରୀ ସଂକ୍ରାନ୍ତ ସଦ୍ୟତମ ସୂଚନାରେ ବିଶ୍ୱସ୍ୱାସ୍ଥ୍ୟ...
ଉତ୍ତର ପ୍ରଦେଶର ‘ରାମ ମନ୍ଦିର’ ପ୍ରଜ୍ଞାପନ ମେଢ଼କୁ ପ୍ରଥମ ପୁରସ୍କାର
୨୦୨୧ ସାଧାରଣତନ୍ତ୍ର ଦିବସ ପରେଡ୍ ଅବସରରେ ରାଜପଥରେ ପ୍ରଦର୍ଶୀତ ପବିତ୍ର ନଗରୀ ଅଯୋଧ୍ୟାର ପ୍ରାଚୀନ ସାଂସ୍କୃତିକ ଐହିତ୍ୟ ଏବଂ ରାମ ମନ୍ଦିରର ପ୍ରତିକୃତି ଥିବା ଉତ୍ତର ପ୍ରଦେଶ ସରକାରଙ୍କର ପ୍ରଜ୍ଞାପନ ମେଢ଼ ପ୍ରଥମ...