ରାଜ୍ୟରେ କାଳବୈଶାଖୀ ସମ୍ଭାବନା

0
544
dfds
aeb

ଭୁବନେଶ୍ଵର : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳିରେ ସିଝୁଛି ଆଭ୍ୟନ୍ତରୀଣ ଓଡ଼ିଶା। ତେବେ ଏହି ମଧ୍ୟରେ ଆଜି 13ଟି ଜିଲ୍ଲାରେ କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ଦେଓଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ବଲାଙ୍ଗୀର, କେନ୍ଦୁଝର, ଯାଜପୁର, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ମାତ୍ର ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକ ରହିବ । ତେବେ ଆଜି ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବା ସହିତ ଉପକୂଳ ଓଡ଼ିଶାରେ ତାତି କମିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here