ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ସର୍ବାଧିକ ୧୧୦୫୯ ପଜିଟିଭ୍

0
13

ଭୁବନେଶ୍ୱର ୨୪।୦୫ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୩୪୪୧ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୧୯୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୮୬୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୦୩୪୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୧୨୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୮୯୬୧୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୩୭୫୦୭୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here