ରାଜ୍ୟରେ ପୁଣି ୧୦ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୩୬୨କୁ ବୃଦ୍ଧି

0
541
dft
dfg

ଭୁବନେଶ୍ୱର:  ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁରରେ ୪ ଜଣ ନୂଆ ଚିହ୍ନଟ ହୋଇଛନ୍ତି, ଯେଉଁଥିରୁ ୨ ଜଣ ସଦର ବ୍ଲକ ଓ ୨ ଜଣ ଧର୍ମଶାଳା ବ୍ଲକ ଅଞ୍ଚଳର ବୋଲି ଜଣାପଡିଛି । ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୯କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଭଦ୍ରକ ଜିଲ୍ଲାରେ ଆଉ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧କୁ ବୃଦ୍ଧି ପାଇଛି । ଆଜି ସକାଳେ ରାଜ୍ୟରେ ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here