ରାଜ୍ୟରେ ୧୪୬୯ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା ଆଉ ୧୫ଜଣଙ୍କ ମୃତ୍ୟୁ

0
95

ଭୁବନେଶ୍ୱର : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪ଶହ ଟପିଛି। ଆଜି ଆଉ ୧୫ଜଣ କରୋନାରେ ପ୍ରାଣ ହରାଇଥିବା ନେଇ ସରକାରୀ ଘୋଷଣା ହେବା ପରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୪୬୯ରେ ପହଞ୍ଚିଛି। ଆଜି ଘୋଷଣା ହୋଇଥିବା ମୃତକଙ୍କ ମଧ୍ୟରେ ବାଲେଶ୍ବରରୁ ସର୍ବାଧିକ ୪ଜଣ ରହିଛନ୍ତି। ଏହା ସହ କଟକରୁ ୩ଜଣ ମୃତ୍ୟୁବରଣ କରିଥିବା ବେଳେ ଜଗତସିଂହପୁରରୁ ୨ଜଣ, ଭୁବନେଶ୍ବର ଏବଂ ଅନୁଗୁଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ମୃତ୍ୟୁବରଣ କରିଥିବା ଅନ୍ୟ ୪ଜଣଙ୍କ ସୂଚନା ଦେଇନାହିଁ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ।

ମୃତକଙ୍କ ମଧ୍ୟରୁ ୫ଜଣ ମଧୁମେହ ରୋଗରେ ପୀଡ଼ିତ ଥିଲେ। ତେବେ ୧୫ଜଣଙ୍କ ମୃତ୍ୟୁ ସହ ଆଜି ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୧୨୨୦ ଟି ନୂଆ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ଏଗୁଡ଼ିକ ମଧ୍ୟରୁ ୫୧୭ ଟି ସ୍ଥାନୀୟ ସଂକ୍ରମଣ ଥିବାବେଳେ ୭୦୩ ଟି ମାମଲା କ୍ୱାରାଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଛି ।

LEAVE A REPLY

Please enter your comment!
Please enter your name here