ରାଜ୍ୟର ସମସ୍ତ କରୋନା ସନ୍ଦିଗ୍ଧଙ୍କ ରିପୋର୍ଟ ନେଗେଟିଭ୍

0
571
ABC
ABC

ଭୁବନେଶ୍ୱର: କରୋନା ଭୂତାଣୁ ପୂରା ଦେଶରେ ଆତଙ୍କ ଖେଳାଇଥିବା ବେଳେ ଭାରତରେ ୩୯ ଜଣ କରୋନା ସଂକ୍ରମିତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ତେବେ କରୋନାର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସର୍ତକତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ଏଭଳି ସ୍ଥିତିରେ କରୋନା ସତର୍କତା ପାଇଁ ୧୦ ସୂତ୍ରୀ ଦିଗ ଉପରେ ଫୋକସ କରିଛନ୍ତି ରାଜ୍ୟ ସରକାର । ଏପରିକି ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଯେଉଁ ୧୦ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଥିଲେ ସେମାନଙ୍କ ରିପୋର୍ଟ ନେଗେଟିଭ ଆସିଥିବା ସ୍ପଷ୍ଟ କରିଛନ୍ତି ସ୍ୱାସ୍ଥ୍ୟ ସଚିବ । ଏପରିକି କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ଆର୍ୟଲାଣ୍ଡ ନାଗରିକଙ୍କ ରିପୋର୍ଟ ମଧ୍ୟ ନେଗେଟିଭ ଆସିଥିବା କହିଛନ୍ତି ସ୍ୱାସ୍ଥ୍ୟ ସଚିବ ନିକୁଞ୍ଜ ଧଳ ।

LEAVE A REPLY

Please enter your comment!
Please enter your name here