ରେକର୍ଡ ଭାଙ୍ଗିଲା କରୋନା; ଦେଶରେ ୨୪ଘଣ୍ଟାରେ ୮୬,୪୩୨ ଆକ୍ରାନ୍ତ ଚିହ୍ନଟ l

0
339

ନୂଆଦିଲ୍ଲୀ, ଆଚିଭର୍ସ ନ୍ୟୁଜ୍ ୫/୦୯(ବ୍ୟୁରୋ)- ଭାରତ ଧୀରେ ଧୀରେ କରୋନା ବିଶ୍ୱ ମହାମାରୀର କେନ୍ଦ୍ରରେ ପରିଣତ ହେବା ଦିଗରେ ଅଗ୍ରସର ହେଉଛି । ଦୈନିକ ସଂକ୍ରମଣରେ ଭାରତ ଏବେ ବିଶ୍ୱର ୧ ନମ୍ବର ଦେଶରେ ପରିଣତ ହୋଇଛି । ଗତ ୨୪ ଘଣ୍ଟାରେ ୮୬ ହଜାରରୁ ଅଧିକ ନୂଆ ସଂକ୍ରମଣ ସହ ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୪୦ ଲକ୍ଷ ଟପିଯାଇଛି ।କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୪୦,୨୩,୧୭୯ ରେ ପହଞ୍ଚିଛି।

ଏହା ମଧ୍ୟରୁ ୮୪୬୩୯୫ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୬୯,୫୬୧ ଅନ୍ତର୍ଭୁକ୍ତ । ତେବେ ଭଲ ଖବର ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୩୧,୦୭,୨୨୩ ରେ ପହଞ୍ଚିଛି । ତେବେ ସବୁଠାରୁ ଚିନ୍ତାଜନକ ବିଷୟ ହେଉଛି ଗତ ୨୪ ଘଣ୍ଟାରେ ଭାରତରେ ୮୬,୪୩୨ ହଜାରରୁ ଅଧିକ ନୂଆ ମାମଲା ସାମନାକୁ ଆସିଛି ଓ ୧୦୮୯ ଜଣ ମୃତ୍ୟୁବରଣ କରିଛନ୍ତି ।

LEAVE A REPLY

Please enter your comment!
Please enter your name here