ସରକାରଙ୍କଠାରୁ ରିପୋର୍ଟ ତଲବ କଲେ ହାଇକୋର୍ଟ ପୁରୀ ହାଜତ ମୃତ୍ୟୁ ମାମଲାରେ

0
43

କଟକ: ପୁରୀ ହାଜତ ମୃତ୍ୟୁ ମାମଲାରେ ହାଇକୋର୍ଟ ସରକାରଙ୍କ ଠାରୁ ରିପୋର୍ଟ ତଲବ କରିଛନ୍ତି। ସୋମବାର ସୁଦ୍ଧା ଏ ସମ୍ପର୍କିତ ରିପୋର୍ଟ ସତ୍ୟପାଠ ମାଧ୍ୟମରେ ଦାଖଲ କରିବା ପାଇଁ ହାଇକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୁରୀର ଆଇନଜୀବୀ ଶରତ କୁମାର ରାୟଗୁରୁଙ୍କ ପକ୍ଷରୁ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି।

ଘଟଣାରେ ଦୋଷୀ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହିତ ପୀଡ଼ିତ ପରିବାରକୁ କ୍ଷତିପୂରଣ ପାଇଁ ଆବେଦନରେ ପ୍ରାର୍ଥନା କରାଯାଇଛି। ଏଥି ସହିତ ହାଜତ ମୃତ୍ୟୁ ଅଭିଯୋଗର ତଦନ୍ତ ତଦାରଖ ହାଇକୋର୍ଟ କରନ୍ତୁ ବୋଲି ଆବେଦନକାରୀ ଦର୍ଶାଇଛନ୍ତି।

LEAVE A REPLY

Please enter your comment!
Please enter your name here