୧୩ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ

0
492
rain
sfdghf

ଭୁବନେଶ୍ୱର:  ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ହେଉଥିବା ଦେଖିବାକୁ ମିଳିଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନୂନ୍ୟ ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ୧୩ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି । କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର, ଦେବଗଡ଼ ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବ। ଏହାସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ସମ୍ଭାବନା ରହିଛି।

 

LEAVE A REPLY

Please enter your comment!
Please enter your name here