୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୬୨,୨୫୮ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ

0
11

ନୂଆଦିଲ୍ଲୀ: ଗତବର୍ଷ ଅକ୍ଟୋବର ମଧ୍ୟଭାଗ ପରଠାରୁ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ପ୍ରଥମ ଥର ଲାଗି ରେକର୍ଡସଂଖ୍ୟକ ୬୨,୨୫୮ ଜଣ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ଏଥିସହ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧.୧୯ କୋଟି ଟପିଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୫.୩% ଅଧିକ ବୋଲି ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬୨,୨୫୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୯୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୧୯,୦୮,୯୧୦ରେ ପହଞ୍ଚିଛି।

LEAVE A REPLY

Please enter your comment!
Please enter your name here