୨୪ ଘଣ୍ଟା ମଧ୍ୟରେ ଦେଶରେ ୩୨,୯୮୧ ନୂଆ କୋଭିଡ୍‌-୧୯ ଆକ୍ରାନ୍ତ l

0
51

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ୩୨,୯୮୧ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଭାରତରେ ସମୁଦାୟ କରୋନାଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୬.୭ ଲକ୍ଷରେ ପହଞ୍ଚିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୨,୯୮୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୯୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ସଂକ୍ରମଣ ମାମଲା ୯୬,୭୭,୨୦୩ ଓ ମୃତ୍ୟୁସଂଖ୍ୟା ୧୪୦, ୫୭୩ରେ ପହଞ୍ଚିଛି।

LEAVE A REPLY

Please enter your comment!
Please enter your name here