୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୪୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ପୁଣି ୧୨ ମୃତ

0
37

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟ‌ରେ ରାଜ୍ୟରେ ନୂଆ ୧୫୪୦  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୮୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୫୪ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୫ ହଜାର ୪୮୨କୁ ବୃଦ୍ଧି ପାଇଛି।  ୩୦ଟି ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here