୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସମ୍ଭାବନା

0
8

ଭୁବନେଶ୍ୱର: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଭୀଷଣ କାଳବୈଶାଖୀ ସହ ପ୍ରବଳ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୨୮ ତାରିଖ (ରବିବାର) ଦିନ ୧ଟା୩୦ରୁ ୨୯ ତାରିଖ (ସୋମବାର) ସକାଳ ୮ଟା ୩୦ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ରାୟଗଡ଼ା, କଳାହାଣ୍ଡି, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ କନ୍ଧମାଳ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here