୪ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି

0
99

ଭୁବନେଶ୍ବର: ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୬ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼, ମୟୁରଭଞ୍ଜ, ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଆଦି ଜିଲ୍ଲାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ‌ୟେଲୋ ୱାର୍ଣ୍ଣିଂ  ଜାରି କରାଯାଇଛି।

ସେହିପରି ଆସନ୍ତା ୧୯ରୁ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here