୮ଜିଲାରେ ବର୍ଷା ଝଡ଼ ସମ୍ଭାବନା

0
513
dfds
aeb

ଭୁବନେଶ୍ୱର: ଦକ୍ଷିଣ ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଜିଲାଗୁଡ଼ିକ ସମେତ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ନୂଆପଡ଼ା ଏବଂ ବଲାଙ୍ଗୀର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋୱାର୍ନିଂ ଜାରି କରାଯାଇଛି। ଆସନ୍ତା ୪ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ଲାଗି ରହିଛି। ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଜଗତ୍‌ସିଂହପୁରରେ ସର୍ବାଧିକ ୫ମିଲିମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ ଭଦ୍ରକ ୪, ଯାଜପୁର ୩, ପୁରୀ ୨, ମୟୂରଭଞ୍ଜ ୨, ତାଳଚେର ୨, କଟକ ୨ ଏବଂ ଅନ୍ୟାନ୍ୟ ସ୍ଥାନରେ ୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

LEAVE A REPLY

Please enter your comment!
Please enter your name here