ଦିନକରେ ଖୋର୍ଦ୍ଧାରୁ ବାହାରିଲେ ୧,୨୫୮ କରୋନା ଆକ୍ରାନ୍ତ

0
6

ଭୁବନେଶ୍ୱର: ଗତକାଲି ଭଳି ଆଜି ମଧ୍ୟ ରାଜ୍ୟରେ ୮ ହଜାରରୁ ଅଧିକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଜି ରାଜ୍ୟରେ  ୮ ହଜାର ୯୧୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୧,୨୫୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୭୦ ହଜାର ୬୩୭ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଓ ଖୋର୍ଦ୍ଧାରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୦୭୩ରେ ପହଞ୍ଚିଛି।ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୫୯୨, କଟକରୁ ୫୮୭, ପୁରୀରୁ ୫୩୦, ସମ୍ବଲପୁରରୁ ୫୨୦, ବରଗଡ଼ରୁ ୪୫୨, ନବରଙ୍ଗପୁରରୁ ୪୩୩, ଭଦ୍ରକରୁ ୩୫୧, ଅନୁଗୁଳରୁ ୩୩୧, ଝାରସୁଗୁଡ଼ାରୁ ୩୦୪, ବଲାଙ୍ଗିରରୁ ୨୯୧, ନୂଆପଡ଼ାରୁ ୨୭୮, ଗଞ୍ଜାମରୁ ୨୬୨, କଳାହାଣ୍ଡିରୁ ୨୩୬, ଯାଜପୁରରୁ ୨୩୨, ନୟାଗଡ଼ରୁ ୧୯୪, ବାଲେଶ୍ୱରରୁ ୧୭୯, ବୌଦ୍ଧରୁ ୧୭୫, ଗଜପତିରୁ ୧୬୫, ରାୟଗଡ଼ାରୁ ୧୫୭, ଢେଙ୍କାନାଳରୁ ୧୪୯, କୋରାପୁଟରୁ ୧୪୫, ମୟୂରଭଞ୍ଜରୁ ୧୩୪, କେନ୍ଦ୍ରାପଡ଼ାରୁ ୧୩୨, ସୁବର୍ଣ୍ଣପୁରରୁ ୧୨୧, ଜଗତସିଂହପୁରରୁ ୧୦୯, କେନ୍ଦୁଝରରୁ ୧୦୪,
ଦେବଗଡ଼ରୁ ୧୦୩, ମାଲକାନଗିରିରୁ ୭୩, କନ୍ଧମାଳରୁ ୬୨ ଓ ଷ୍ଟେଟ୍ ପୁଲ୍‌ରୁ ୨୫୫  ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

LEAVE A REPLY

Please enter your comment!
Please enter your name here