କାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ

0
227
abc
abc

ଆସନ୍ତାକାଲି ଠାରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ବଜେଟ୍ ଅଧିବେଶନ ଅବ୍ୟାହତି ପୂର୍ବରୁ ଆଜି ଅପରାହ୍ନରେ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ଲମ୍ବା ସମୟ ଧରି ଚାଲିବାକୁ ଥିବା ଏହି ବଜେଟ୍ ଅଧିବେଶନରେ ଗୃହ କାର୍ଯ୍ୟକୁ ସୁରୁଖୁରରେ ଚାଲିବ ନେଇ ସବୁ ଦଳରୁ ସହଯୋଗ ଲୋଡିଛନ୍ତି ବାଚସ୍ପତି । ବଜେଟ୍ ଅଧିବେଶନ୍ ପ୍ରଥମ ଦିନରେ ଗୃହକୁ ସମ୍ବୋଧିତ କରିବେ ରାଜ୍ୟପାଳ ପ୍ରଫେସର ଗଣେଶର ଲାଲ । ଚଳିତ ବର୍ଷର ବଜେଟ୍ ଅଧିବେଶନ ଆସନ୍ତାକାଲି ଠାରୁ ଆରମ୍ଭ ହୋଇ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ୧୮ ତାରିଖରେ ଅର୍ଥମନ୍ତ୍ରୀ ବଜେଟ୍ ଉପସ୍ଥାପନ କରିବେ । ତେବେ ଚଳିତବର୍ଷ ବଜେଟ୍ ଆକାର ଦେଢ଼ ଲକ୍ଷ କୋଟି ଟପିବ ବୋଲି ଜଣାପଡିଛି । ରଣନୀତି ପ୍ରସ୍ତୁତ ପାଇଁ ବିଜେଡି ପକ୍ଷରୁ ମଧ୍ୟ ବିଧାୟକ ଦଳ ବୈଠକ ଡାକିଛି । ସେପଟେ ସରକାରଙ୍କୁ ଘେରିବା ପାଇଁ ବିରୋଧୀ ମଧ୍ୟ ନିଜର ଯୋଜନା ପ୍ରସ୍ତୁତ କରୁଥିବା ଜଣାପଡିଛି ।

LEAVE A REPLY

Please enter your comment!
Please enter your name here