ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ଟପିଲା

0
47

ଆଚିଭର୍ସ ନ୍ୟୁଜ୍ ବ୍ୟୁରୋ :ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯, ୨୫୩ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୦୦,୫୬,୬୫୧।

ଏଥିସହ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ୧୮, ୨୨୨ ଜଣ ସଂକ୍ରମିତଙ୍କୁ ମିଶାଇ ଦେଶରେ ସମୁଦାୟ କୋଭିଡ୍‌-୧୯ଦ୍ୱାରା ଆକ୍ରାନ୍ତ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧୦,୪୩୧,୬୩୯ରେ ପହଞ୍ଚିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮, ୨୨୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୨୮ ମୃତ୍ୟୁ ରେକର୍ଡ କରାଯାଇଛି।

ଗତ ୨୪ ଘଣ୍ଟାରେ ୨୨୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୫୦,୭୯୮ରେ ପହଞ୍ଚିଛି।
ସମ୍ପ୍ରତି ଦେଶରେ ସୁସ୍ଥତାହାର ୯୬.୪୧% ଥିବା ବେଳେ ମୃତ୍ୟୁହର ୧.୪୫%ରେ ରହିଛି।

ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୨୫,୪୪୯।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଶୁକ୍ରବାର ସୁଦ୍ଧା ସମଗ୍ର ଦେଶରେ ୧୮,୦୨,୫୩,୩୧୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଥିବା ନମୁନା ସଂଖ୍ୟା ହେଉଛି ୯,୧୬,୯୫୧।

LEAVE A REPLY

Please enter your comment!
Please enter your name here